ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ବଲିଉଡର ଅଭିନେତ୍ରୀ ତଥା ମଥୁରା ସାଂସଦ ହେମା ମାଳିନୀଙ୍କ ନାମ ସ୍ଥାନ ପାଇଛି। ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସ୍ଥାନରେ ହେମା ମାଳିନୀ ପ୍ରଚାର କରିବେ ବୋଲି ଜଣାପଡ଼ିଛି। ତେବେ ହେମା ମାଳିନୀ କେବେ ଓଡ଼ିଶା ଆସିବେ ଓ ପ୍ରଚାର କରିବେ, ତାହା ସ୍ପଷ୍ଟ ହୋଇ ନାହିଁ। ସେହିପରି ନିର୍ବାଚନ ପ୍ରଚାର ପାଇଁ ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଭବାନୀପାଟଣା ଓ ରାୟଗଡ଼ାରେ ଜନସଭାକୁ ସମ୍ବୋଧିତ କରିବେ। ସେହିପରି ନବରଙ୍ଗପୁର ଓ କୋରାପୁଟରେ ସଭା କରିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ। ସେହିପରି ୯ ତାରିଖରେ ଓଡ଼ିଶା ଆସିବେ ବିଜେପିର ଆଉ ୨ ବରିଷ୍ଠ ନେତା- କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ପୁରୀ ଓ କୃଷ୍ଣପ୍ରସାଦ ସମାବେଶରେ ଯୋଗଦେବେ ଗଡ଼କରୀ। ସେହିପରି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମାଲକାନଗିରି, ଚିତ୍ରକୋଣ୍ଡା ଓ ଖଲ୍ଲିକୋଟରେ ସଭା କରିବେ ବୋଲି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..