Report Card Odisha

| Daily Odia News

କେନ୍ଦ୍ରାପଡ଼ାରେ ହେବ ଷ୍ଟିଲ ପ୍ଲାଣ୍ଟ , ୫୦ ହଜାର କୋଟି ନିବେଶ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର
୦୪ /୦୩ / ୨୦୨୧

କେନ୍ଦ୍ରାପଡ଼ାରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବ ମିତ୍ତଲ । ଏନେଇ ରାଜ୍ୟ ସରକାରଙ୍କ ସହ ଏମ୍ଓୟୁ ସ୍ବାକ୍ଷରିତ ହୋଇଛି । ଏହି ଷ୍ଟିଲ ପ୍ଲାଣ୍ଟର କ୍ଷମତା ବାର୍ଷିକ ୧୨ ନିୟୁତ ଟନ ବିଶିଷ୍ଟ ହେବ ଓ ଏହି ପ୍ରକଳ୍ପରେ କମ୍ପାନି ପ୍ରାୟ ୫୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ କରିବ । ଆଜି ଲୋକସଭା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସମାରୋହରେ ଏହି ଏମଓୟୁ ସ୍ବାକ୍ଷରିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କମ୍ପାନିର ଅଧ୍ୟକ୍ଷ ଲକ୍ଷ୍ମୀ ନିବାସ ମିତ୍ତଲ ଉପସ୍ଥିତ ଥିଲେ ।ଏହି ଏମଓୟୁ ପୂର୍ବରୁ ଆଜି ଶ୍ରୀ ମିତ୍ତଲ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ । ଗତ ମଙ୍ଗଳବାର ସେ କେନ୍ଦ୍ର ଇସ୍ପାତ ଓ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଥିଲେ ।ଗତ ୨୦୧୯ରେ ଆର୍ସେଲର ମିତ୍ତଲ-ନିପ୍ପନ ଷ୍ଟିଲ ଓଡ଼ିଶାର ପାରାଦୀପଠାରେ ଥିବା ଏସାର ଷ୍ଟିଲର ପେଲେଟ, ବେନିଫିସିଏସନ ପ୍ରକଳ୍ପ ଓ ପାଇପଲାଇନକୁ ଖରିଦ କରିଥିଲା । ଗତ ବର୍ଷ ହୋଇଥିବା ଖଣି ନିଲାମରେ ମଧ୍ୟ ଆର୍ସେଲର ମିତ୍ତଲ ଠାକୁରାଣୀ ଓ ସାଗସାହି ଲୁହାପଥର ଖଣି ହାସଲ କରିଥିଲା । ଗତ ୨୦୦୬ ରେ ମିତ୍ତଲ ଷ୍ଟିଲ କେନ୍ଦୁଝରରେ ଏକ ଷ୍ଟିଲ ପ୍ଲାଣ୍ଟ କରିବାକୁ ଏମଓୟୁ କରିଥିଲେ ମଧ୍ୟ ପରେ ତାହା ବାତିଲ ହୋଇଯାଇଥିଲା ।

Breaking News