Report Card Odisha

| Daily Odia News

କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ୫ମୃତ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ମହାରାଷ୍ଟ୍ରର ରତ୍ନଗିରିସ୍ଥିତ ଏକ କେମିକାଲ ଫ୍ୟାକ୍ଟ୍ରିରେ ଶନିବାର ସକାଳ ୮ଟା ୩୦ରେ ବିସ୍ଫୋରଣ ଘଟିଥିବା ନେଇ ଖବର ମିଳିଛି । ବିସ୍ଫୋରଣ କାରଣରୁ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକେ ଆହତ ହୋଇଛନ୍ତି। ମୃତାହତଙ୍କୁ ଉଦ୍ଧାର କରି ହସ୍ପିଟାଲ ନିଆଯାଇଛି । ଉଦ୍ଧାର କାର୍ଯ୍ୟ ମଧ୍ୟ ଜାରି ରହିଛି। ଏହାସହ ଅନେକ ଲୋକେ ଫ୍ୟାକ୍ଟ୍ରିରେ ୪୦ ରୁ ୫୦ ଜଣ ଫସି ରହିଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

Breaking News