ରିପୋର୍ଟ କାର୍ଡ / ଯାଜପୁର
ବଡଚଣା ଛକ ନିକଟରେ ଥିବା ଓଭର ବ୍ରିଜରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଦୁଇ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଦୁଇ ଜଣ ଯୁବକ ବାଇକରେ କଟକରୁ ଚଣ୍ଡିଖୋଲ ଅଭିମୁଖେ ଆସୁଥିବାବେଳେ ଏକ ଅଜଣା ଗାଡି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଉଭୟଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିପାରିନାହିଁ। ଗାଡିଟି ଉଭୟଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଛି। ପରେ ଖବର ପାଇ ବଡଚଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..