ରିପୋର୍ଟ କାର୍ଡ / ଭୁବନେଶ୍ୱର
କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି | ଅଧ୍ୟକ୍ଷ ଭାର ଗ୍ରହଣ କରିବା ପରେ ମଲ୍ଲିକାର୍ଜୁନଙ୍କର ଏହା ପ୍ରଥମ ଓଡ଼ିଶା ଗସ୍ତ ହୋଇଥିବାରୁ ଭବ୍ୟ ସ୍ବାଗତ ପାଇଁ ଦଳ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଜୋରସୋରରେ କରାଯାଇଛି। ଏହି ଗସ୍ତର ପ୍ରଭାବ କିଭଳି ୨୦୨୪ ସାଧାରଣ ନିର୍ବାଚନ ଉପରେ ପଡିବ ସେ ନେଇ ମଧ୍ୟ ପିସିସି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛି। ‘ଓଡିଶା ବଞ୍ଚାଅ ସମାବେଶ’ ଜରିଆରେ ଦଳ ୩୦ ଜିଲ୍ଲାର କର୍ମୀଙ୍କୁ ଏକାଠି କରିବା ଲାଗି ଯୋଜନା କରିଛି। ଆଜି ପୂର୍ବାହ୍ନ ୧୧ଟା ୪୫ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ଏକ ବିଶାଳ ଶୋଭାଯାତ୍ରାରେ ଲୋୟର ପିଏମ୍ଜି ପର୍ଯ୍ୟନ୍ତ ଅଣାଯିବ। ଏହାପରେ ମଧ୍ୟାହ୍ନ ୧୨ଟାରେ ଲୋୟର ପିଏମ୍ଜିରେ ‘ଓଡ଼ିଶା ବଞ୍ଚାଓ ସମାବେଶ’ରେ ଯୋଗଦେବେ। ଏଥିରେ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ ଚୌଧୁରୀଙ୍କ ସମେତ ଓଡ଼ିଶା କଂଗ୍ରେସର ସମସ୍ତ ବିଧାୟକ, ବରିଷ୍ଠ ନେତାମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……