ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି। ଶ୍ରୀଜିଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁର ପଇତା ଲାଗି କରାଯାଇଥାଏ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଇ ଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି । ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ବଢିବା ପରେ ପଇତାଲାଗି ନୀତି ହେବ। ସନ୍ଧ୍ୟା ୬ଟାରୁ ରାତି୧୦ଟା ପର୍ୟ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପଇତା ଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ବ୍ୟବସ୍ଥା ଚାଲୁ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।






More Stories
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..