Report Card Odisha

| Daily Odia News

ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ପାଇଛନ୍ତି ପୂର୍ବତନ ଏମପି ବ୍ରଜ ମୋହନ ରାମ । ରାଷ୍ଟ୍ରପତି ଭବନ ପକ୍ଷରୁ ଏ ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀ ରାମ ବର୍ତ୍ତମାନର ରାଜ୍ୟପାଳ ହରିବାବୁ କମ୍ବପଟିଙ୍କ ସ୍ଥାନ ନେବେ । ରାଷ୍ଟ୍ରପତି ଭବନରୁ ବାହାରିଥିବା ବିଜ୍ଞପ୍ତି ଅନୁଯାୟୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟର ରାଜ୍ୟପାଳଙ୍କ ନିଯୁକ୍ତିକୁ ଅନୁମୋଦନ କରିଛନ୍ତି । କେରଳମ୍‌ର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ତାମିଲନାଡ଼ୁର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ସିକିମ ରାଜ୍ୟପାଳ ଓମ୍ ପ୍ରକାଶ ମାଥୁରଙ୍କୁ କେରଳମ୍‌ର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ସୁଧା ଯାଦବଙ୍କୁ କର୍ଣ୍ଣାଟକ, ଧଲ ସିଂହ ବିଶେନଙ୍କୁ ଉତ୍ତରାଖଣ୍ଡ ଏବଂ ଦୁଶ୍ୟନ ଗୌତମଙ୍କୁ ସିକିମ୍‌ର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିବା ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି । ଓଡ଼ିଶାର ନୂତନ ରାଜ୍ୟପାଳ ବ୍ରଜ ମୋହନ ରାମ ପୂର୍ବରୁ ଝାଡଖଣ୍ଡ ପାଲାମୁରୁ ଏମପି ଥିଲେ । ବର୍ତ୍ତମାନ ସେ ଝାଡ଼ଖଣ୍ଡ ରାଜ୍ୟ ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ଦାୟିତ୍ୱରେ ଅଛନ୍ତି । ବର୍ତ୍ତମାନ ରାଜ୍ୟପାଳ ହରିବାବୁ କମ୍ବପଟି ୨୦୨୫ ମସିହା ଜାନୁୟରୀ ମାସରେ ଓଡ଼ିଶା ରାଜ୍ୟପାଳ ଭାବେ ଶପଥ ନେଇଥିଲେ ।

Breaking News