ରିପୋର୍ଟ କାର୍ଡ / ବାଲେଶ୍ଵର
କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ। ସେ ତାଙ୍କ ଇସ୍ତଫାପତ୍ର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି। ବରିଷ୍ଠ କଂଗ୍ରେସ ନେତା ତଥା ଦଳର ବାଲେଶ୍ୱର ଲୋକସଭା ଆସନ ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ଦୁର୍ବ୍ୟବହାର ଓ କାର୍ଯ୍ୟକଳାପରେ ଅତିଷ୍ଠ ହୋଇ ସେ ଦଳରୁ ଇସ୍ତଫା ଦେଇଥିବା କହିଛନ୍ତି। ଏହା ସହିତ ସ୍ୱାଧୀନ ଭାବେ ବାଲେଶ୍ୱର ଲୋକସଭା ଆସନରୁ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କରିଛନ୍ତି। ଶ୍ରୀକାନ୍ତ ଜେନାଙ୍କୁ ଚ୍ୟାଲେଞ୍ଜ ଦେଇ ସେ ଲୋକସଭା ନିର୍ବାଚନ ଲଢ଼ିବାକୁ ନିଷ୍ପତ୍ତି ନେଇଥିବା କହିଛନ୍ତି।






More Stories
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଦ୍ଵିତୀୟ ଦିନ:ବିରଜା ମନ୍ଦିର ପରିଦର୍ଶନ…..