ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜେଲ୍ରେ ଥିବା ଦିଲ୍ଳୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ଙ୍କ ଜାମିନ ଆବେଦନ ନେଇ ଆଜି ଶୁଣାଣି କଲେନାହିଁ ସୁପ୍ରିମ୍କୋର୍ଟ। ଆଗାମୀ ତାରିଖରେ ଏହି ମାମଲାର ଶୁଣାଣି କରିବେ ଅଦାଲତ। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି ଯେ ଯଦି ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳେ, ତେବେ ତାଙ୍କୁ ସରକାରୀ କାର୍ଯ୍ୟ କରିବାକୁ ଅନୁମତି ଦିଆଯିବ ନାହିଁ। ଅନ୍ୟପକ୍ଷରେ ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ ଅର୍ଥ ହେରଫେର ମାମଲାରେ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତକୁ ମେ ୨୦ ତରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ସୁପ୍ରିମକୋର୍ଟରରେ ଜଷ୍ଟିସ୍ ସଂଜୀବ ଖାନ୍ନା ଏବଂ ଦୀପଙ୍କର ଦତ୍ତଙ୍କ ଦ୍ବାରା ଗଠିତ ଏକ ଖଣ୍ଡପୀଠ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ମାର୍ଚ ୨୧ ତାରିଖରେ ହୋଇଥିବା ଆବେଦନର ଶୁଣାଣି କରି ଏହି ସୂଚନା ଦେଇଛନ୍ତି।






More Stories
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….
ଅଟକ ନେତାଙ୍କୁ ଛାଡ଼ିବାକୁ ୱାଙ୍ଗଚୁକଙ୍କ ଚେତାବନୀ….