ରିପୋର୍ଟ କାର୍ଡ / କଟକ
କଲେଜ ଓ ବିଶ୍ବବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପ୍ରସଂଗକୁ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ବିଚାର ପାଇଁ ଗ୍ରହଣ କରିବା ସହିତ ନୋଟିସ୍ ଜାରି କରିଛନ୍ତି। ମାମଲାରେ ଏକ ସପ୍ତାହ ଭିତରେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡକ୍ଟର୍ ଜଷ୍ଟିସ୍ ବିଦ୍ୟୁତ୍ ରଂଜନ ଷଡ଼ଙ୍ଗୀ ଓ ଜଷ୍ଟିସ୍ ଏମ୍.ଏସ୍. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏବିଭିପି ରାଜ୍ୟ ସଂପାଦକ ଅରିଜିତ ପଟ୍ଟନାୟକ ଓ ଓଡ଼ିଶାରେ ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ଚଣ୍ଡୀପ୍ରସାଦ ସୁଆରଙ୍କ ଜନସ୍ବାର୍ଥ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି। ଏକ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।






More Stories
ଆଇନଜୀବୀଙ୍କ ପାଇଁ ୪୦ ପ୍ରତିଶତ ସହାୟତା ରାଶି ବୃଦ୍ଧି…..
ଆସୁଛି ଦୁଇ ଲଘୁଚାପ:ପ୍ରବଳ ବର୍ଷା ସମ୍ଭାବନା……
କୈଳାସ ମାନସରୋବର ଯାତ୍ରା ଆରମ୍ଭ…..