ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଝାରସୁଗୁଡ଼ା ଜିଲ୍ଲା ମହାନଦୀରେ ଡଙ୍ଗା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଗଭୀର ଶୋକ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ପୋଷ୍ଟରେ ରାଷ୍ଟ୍ରପତି କହିଛନ୍ତି ଯେ ଓଡ଼ିଶାର ଝାରସୁଗୁଡ଼ା ନିକଟରେ ମହାନଦୀରେ ନୌକାବୁଡ଼ି ହେବା ଯୋଗୁଁ ଅନେକ ଲୋକଙ୍କର ପ୍ରାଣହାନି ଘଟିଛି ଜାଣି ମୁଁ ଦୁଃଖିତ। ଶୋକସନ୍ତପ୍ତ ପରିବାରଗୁଡ଼ିକ ପ୍ରତି ମୁଁ ସମବେଦନା ଜ୍ଞାପନ କରୁଛି। ନୌକାବୁଡ଼ିରେ ଆଘାତପ୍ରାପ୍ତ ଲୋକମାନଙ୍କର ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି। ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।






More Stories
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..