ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନରେ ମେ’ ୨୫ ତାରିଖରେ ନିର୍ବାଚନ ହେବ। ଏହି ସବୁ ଆସନ ପାଇଁ ଆଜିଠୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇ ମେ’୬ ତାରିଖ ପର୍ଯ୍ୟନ୍ତ ଚାଲିବ। ମେ’୭ରେ ନାମାଙ୍କନପତ୍ର ଯାଞ୍ଚ ହେବ। ମେ’୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ। ଏହି ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ୍ ୯୪ ଲକ୍ଷ ୪୧ ହଜାର ୭୯୭ଜଣ ଭୋଟର ଥିବାବେଳେ ଏଥିରେ ୪୮ ଲକ୍ଷ ୨୬ ହଜାର ୩୭୫ ପୁରୁଷ ଓ ୪୬ ଲକ୍ଷ ୧୪ ହଜାର ୧୩୪ ଜଣ ମହିଳା ରହିଛନ୍ତି। ଏହି ପର୍ଯ୍ୟାୟରେ ପ୍ରାୟ ସମସ୍ତ ସିଟରେ ସମସ୍ତ ଦଳର ହେଭିୱେଟ୍ ନିର୍ବାଚନ ଲଢ଼ୁଛନ୍ତି। ତେଣୁ ତାରିଖ ପାଖେଇବା ସହ ସରଗରମ ହେଉଛି ରାଜ୍ୟ ରାଜନୀତି।






More Stories
ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ଅପଡେଟ୍ କଲା ହସ୍ପିଟାଲ….
ବଦଳିଲା NDA ସଂସଦୀୟ ଦଳର ନାମ…..
ISROର ସାଇଣ୍ଟିଷ୍ଟ ଚାକିରି ଛାଡିଲେ: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ……