Report Card Odisha

| Daily Odia News

ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ….

ରିପୋର୍ଟ କାର୍ଡ / ଛତ୍ରପୁର

ହିଞ୍ଜିଳି ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନାମାଙ୍କନ ଦାଖଲ ପୂର୍ବରୁ ଗଞ୍ଜାମରେ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ସେ ପୂଜାର୍ଚ୍ଚନା କରିଥିଲେ। ଛତ୍ରପୁର ନିକଟସ୍ଥ ନରସିଂହପୁର ଛକସ୍ଥିତ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇବା ପରେ ସେଠାରୁ କାର୍‌ରେ ମା’ ତାରାତାରିଣୀଙ୍କ ପୀଠକୁ ଯାଇଥିଲେ । ସେଠାରେ ସେ ମା’ଙ୍କ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୃବକ୍ସି ପାତ୍ର, ଆସିକା ଲୋକସଭା ପ୍ରାର୍ଥୀ ରଞ୍ଜିତା ସାହୁ, ସାନଖେମୁଣ୍ଡି ବିଧାୟକ ପ୍ରାର୍ଥୀ, ପୋଲସରା ବିଧାୟକ ପ୍ରାର୍ଥୀ, ଗଞ୍ଜାମ ଜିଲ୍ଲାର ତୁଙ୍ଗ ନେତା, ବିଧାୟକ ପ୍ରାର୍ଥୀ ଏବଂ ୫ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌‌ ଉପସ୍ଥିତ ରହିଥିଲେ। ଆସନ୍ତା ମେ ୨୦ରେ ହିଞ୍ଜିଳିରେ ମତଦାନ ଗ୍ରହଣ କରାଯିବ। ଚଳିତଥର ୨ଟି ଆସନରୁ ଲଢୁଛନ୍ତି ମୁଖ୍ୟମନ୍ତ୍ରୀ । ହିଞ୍ଜିଳି ସହ କଣ୍ଟାବାଞ୍ଝି ଆସନରେ ମୈଦାନକୁ ଓହ୍ଲାଇବେ ନବୀନ ।

Breaking News