ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ନିର୍ବାଚନ କମିଶନ । ଆନ୍ଧ୍ରପ୍ରଦେଶ ଡିଜିପି କେ.ଭି. ରାଜେନ୍ଦ୍ରନାଥ ରେଡ୍ଡୀଙ୍କୁ ତୁରନ୍ତ ବଦଳି ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ। ବିପକ୍ଷଙ୍କ ଅଭିଯୋଗ ଆଧାରରେ ନିର୍ବାଚନ କମିଶନ ଏହି ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଶାସନରେ ଥିବା ୱାଇ ଏସ୍ ଆର କଂଗ୍ରେସକୁ ଡିଜିପି ଏବଂ ଅନ୍ୟ ପୁଲିସ ଅଧିକାରୀମାନେ ସହଯୋଗ କରୁଥିବା ନେଇ ବିରୋଧୀ ଦଳ ଅଭିଯୋଗ କରିଥିଲେ। ଏହା ପରେ ନିର୍ବାଚନ କମିଶନ ଏହି ପଦକ୍ଷେପ ନେଇଛନ୍ତି। ଏଥିସହ ଡିଜିପି ପଦବୀ ପୂରଣ ଲାଗି ତୁରନ୍ତ ପଦକ୍ଷେପ ନିଆଯାଉଛି। ସୂତ୍ର ଅନୁଯାୟୀ, ଏହି ପୋଷ୍ଟ ଲାଗି ଡିଜି ରାଙ୍କ ବିଶିଷ୍ଟ ତିନି ଅଧିକାରୀଙ୍କ ତାଲିକା ଦେବାକୁ ରାଜ୍ୟ ମୁଖ୍ୟ ସଚିବଙ୍କୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କେ.ଭି. ରାଜେନ୍ଦ୍ରନାଥ ରେଡ୍ଡୀଙ୍କୁ ନିର୍ବାଚନରେ ସଂପୃକ୍ତ କୌଣସି ଡ୍ୟୁଟି ନ ଦେବା ଲାଗି ନିର୍ଦ୍ଦେଶ ଦେଇଛନ୍ତି।
More Stories
ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ…..
ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୧୦ ଗିରଫ…..
ବିଜେଡି ପୁଣି ସରକାରକୁ ଫେରିବା ଅବାସ୍ତବ କଥା….