ରିପୋର୍ଟ କାର୍ଡ / ସାଲେପୁର
ଓଡ଼ିଶାରେ ବିଜେଡି-ବିଜେପିର ବାହାଘର ହୋଇଛି। ଉଭୟ ଦଳ ଏକାଠି ମିଶିକି ଅଛନ୍ତି। ଉଭୟ ଦଳ ଓଡ଼ିଶାର ଜନତାଙ୍କୁ ପାନ୍ ଦେଇଛନ୍ତି । ନବୀନ ବାବୁ କିଛି ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି। ଏହାର ଫାଇଦା କିଛି ଲୋକଙ୍କୁ ମିଳୁଛି। ଓଡ଼ିଶାକୁ ପାଣ୍ଡିଆନ୍ ଚଳାଉଛନ୍ତି। ଏକଥା କହି ବିଜେଡି ସରକାର ଉପରେ ବର୍ଷିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସେ ଆହୁରି କହିଛନ୍ତି, ପେହଲି ନୌକରୀ ପକ୍କି’ ଯୋଜନା ଆଣିବ କଂଗ୍ରେସ। ସମସ୍ତ ବେକାର ଯୁବକଯୁବତୀଙ୍କୁ ଚାକିରି ଗ୍ୟାରେଣ୍ଟି ଦେଉଛୁ। ସରକାରଙ୍କୁ କେହି ଚାକିରି ମାଗିଲେ ନିଶ୍ଚିତ ଚାକିରି ମିଳିବ। ଚାକିରି ମାଗିବା କ୍ଷଣି ବର୍ଷକ ପାଇଁ ଆପ୍ରେଣ୍ଟିସିପ୍ ଦିଆଯିବ। ଦେଶର ସବୁ ଗରିବ ପରିବାରର ଜଣେ ଜଣେ ମହିଳାଙ୍କୁ ବଛାଯିବ। ଉକ୍ତ ମହିଳାଙ୍କ ବ୍ୟାଙ୍କ ଖାତାକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ପ୍ରତି ମାସରେ ୮ ହଜାର ୫ ଶହ ଟଙ୍କା ମହିଳାଙ୍କ ଖାତାକୁ ଯିବ। ଓଡ଼ିଶାରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରରେ ପହଞ୍ଚିଥିଲେ ରାହୁଲ ଗାନ୍ଧୀ। ମଧୁବାବୁଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ସେଠାରେ କିଛି ସମୟ ସ୍ମୃତିଚାରଣ କରିବା ପରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥଲେ। ଏହାପରେ କସ୍ତୁରବା ଆଶ୍ରମ ଯାଇ ସେଠାରେ ଛାତ୍ରଛାତ୍ରୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ସତ୍ୟଭାମାପୁରରେ କିଛି ସମୟ ବିତାଇବା ପରେ ରାହୁଲ ଗାନ୍ଧୀ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସାଲେପୁରର କୁଳିଆରେ ପହଞ୍ଚିଥିଲେ। ସେଠାରେ ନ୍ୟାୟ ସମାବେଶରେ ଯୋଗ ଦେଇ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି। ଏହି ନ୍ୟାୟ ସମାବେଶରେ କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର ଲୋକସଭା ଓ ବିଧାନସଭାର ପ୍ରାର୍ଥୀ, ନେତା, କର୍ମୀ, ସମର୍ଥକ ସାମିଲ ହୋଇଥିବା ଦଳ ପକ୍ଷରୁ କୁହାଯାଇଛି । ଏହାପୂର୍ବରୁ ଆଜି ରାହୁଲ ଗାନ୍ଧୀ ଦିନ ୧୧ଟା ୪୫ ମିନିଟ୍ ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ପିସିସି ସଭାପତି ଓ ପ୍ରଭାରୀ ରାହୁଲ ଗାନ୍ଧୀଙ୍କୁ ସ୍ୱାଗତ ଜଣାଇଥିଲେ।






More Stories
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….