ରିପୋର୍ଟ କାର୍ଡ / କଟକ
ଓଆରଏଚଡିସି ଦୁର୍ନୀତି ମାମଲାରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ମିଳିଛି । ଏହି ମାମଲାରେ ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କରି ସୁପ୍ରିମକୋର୍ଟ ଓଡ଼ିଶା ଭିଜିଲାନ୍ସକୁ ନୋଟିସ୍ ଜାରି କରିଛନ୍ତି ସର୍ବୋଚ୍ଚ ନ୍ୟାୟଳୟ। ହାଇକୋର୍ଟ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ମୋକିମ। ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ କିଛି ଦିନ ତଳେ ମିଳିଥିଲା ଆଶ୍ୱସ୍ତି। ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଥିଲେ ସୁପ୍ରିମକୋର୍ଟ। ମହମ୍ମଦ ମୋକିମଙ୍କୁ ପକ୍ଷରୁ ବରିଷ୍ଠ ଆଇନଜୀବୀ ମୁକୁଲ ରୋହତଗୀ, ଏସ୍ ମୁରଲୀଧର ଏବଂ ପୀତାମ୍ବର ଆଚାର୍ଯ୍ୟ ସୁପ୍ରିମକୋର୍ଟରେ ଲଢୁଛନ୍ତି।






More Stories
ଭଡ଼ାଘର ଦେବେ ସରକାର…..
କଂଗ୍ରେସରୁ ନିଳମ୍ବିତ ହେଲେ…..
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର…..