ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମନିଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ଝାଡଖଣ୍ଡ ହାଇକୋର୍ଟରେ ତାଙ୍କ ଜାମିନ ଆବେଦନ ଖାରଜ ହେବା ପରେ ସେ ସୁପ୍ରିମକୋର୍ଟରେ ପହଂଚିଛନ୍ତି । ହାଇକୋର୍ଟଙ୍କ ରାୟକୁ ସେ ଚ୍ୟାଲେଞ୍ଜ କରିଛନ୍ତି। ଇଡିର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ହେମନ୍ତ ସୋରେନ୍ ହାଇକୋର୍ଟରେ ଜାମିନ ପାଇଁ ଆବେଦନ କରିଥିଲେ। ହେଲେ କୋର୍ଟ ତାଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ଏହାପରେ ଏବେ ସେ ସୁପ୍ରିମକୋର୍ଟରେ ଏହାକୁ ଚ୍ୟାଲେଞ୍ଜ କରିଛନ୍ତି। ଗିରଫଦାରୀ ଅଯୌକ୍ତିକ ଏବଂ ଏହି ମାମଲାରେ ତାଙ୍କୁ ରିମାଣ୍ଡରେ ନେବା ବେଆଇନ ଏବଂ ଅନୁଚିତ ବୋଲି ତାଙ୍କ ପିଟିସନରେ ସୋରେନ ଦାବି କରିଛନ୍ତି।ନିର୍ବାଚନକୁ ଦୃଷ୍ଟିରେ ରଖି ବରିଷ୍ଠ ଓକିଲ କପିଲ ସିବଲ ସୋରେନଙ୍କ ଏହି ଆବେଦନ ଉପରେ ଶୀଘ୍ର ଶୁଣାଣି କରିବାକୁ ଅନୁରୋଧ କରିଛନ୍ତି।






More Stories
ଜୀବନ ନେଉଛି SIR…..
ଆସନ୍ତାକାଲି ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ଖଡଗେ-ନଡ୍ଡା ମୁହାଁମୁହିଁ…..