ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ବିଜେପି ରାଷ୍ଟ୍ରୀୟ ସଭାପତି ଜଗତ ପ୍ରକାଶ ନଡ୍ଡା ଓ କଂଗ୍ରେସର ପୂର୍ବତନ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଦକ୍ଷିଣ ଓଡ଼ିଶାର ବ୍ରହ୍ମପୁରଠାରେ ନଡ୍ଡାଙ୍କ ପ୍ରଚାର କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ବେଳେ କଟକ ସାଲେପୁରଠାରେ ପ୍ରଚାର କରିବେ ରାହୁଲ ଗାନ୍ଧୀ। ଏହି ଦୁଇ ନେତା ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି। ବିଜେପି ପକ୍ଷରୁ ଗୃହମନ୍ତ୍ରୀ ଅମିତ ଶାହା ପ୍ରଚାର ଆରମ୍ଭ କରିଥିବା ବେଳେ କଂଗ୍ରେସର ବଡ ନେତା ପ୍ରଥମ କରି ପ୍ରଚାର ଆରମ୍ଭ କରିବେ। ମଧୁବାବୁଙ୍କ ଜନ୍ମପୀଠରୁ ହିଁ ରାହୁଲ କଂଗ୍ରେସର ପ୍ରଚାର ଆରମ୍ଭ କରିବେ ବୋଲି ସ୍ଥିର ହୋଇଛି। ବିଜେପି କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ ନଡ୍ଡା। ଏହାପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନବରଙ୍ଗପୁରରେ ଦଳୀୟ କର୍ମକର୍ତ୍ତାଙ୍କୁ ଭେଟି ଆଲୋଚନା କରିବେ।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….