ରିପୋର୍ଟ କାର୍ଡ/ କେନ୍ଦ୍ରାପଡା
ଭିତରକନିକା ଜାତୀୟ ଉଦ୍ୟାନ ମେ’ ପହିଲାରୁ ଅର୍ଥାତ ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହୋଇଛି | କୁମ୍ଭୀର ପ୍ରଜନନ ଋତୁ ଆରମ୍ଭ ହୋଇଛି। ନଦୀ ନାଳରେ ଥିବା କୁମ୍ଭୀର ବସାବାନ୍ଧି ଅଣ୍ଡା ଦେବେ। ସେମାନଙ୍କ ମିଳନପର୍ବ ଓ ଅଣ୍ଡାଦେବା ପ୍ରକ୍ରିୟାରେ ବାଧା ନ ଉପୁଜିବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଏହାକୁ ବନ୍ଦ ରଖାଯିବାକୁ ନିର୍ଦ୍ଦେଶ ଜାରି ହୋଇଛି। ମାଆ କୁମ୍ଭୀର ଅଣ୍ଡା ଦେବା ସମୟରେ ଅଧିକ ହିଂସ୍ର ହୋଇ ଉଠିଥାଏ। ଏଥିପାଇଁ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଭିତରକନିକା ଜାତୀୟ ଉଦ୍ୟାନ ଆସିବାକୁ ବାରଣ କରାଯାଇଛି। ସୂଚନାଯୋଗ୍ୟ, ୨୦୨୩ ଅଗଷ୍ଟ ପହିଲାରୁ ୨୦୨୪ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଭିତରକନିକାକୁ ଦେଶ ବିଦେଶରୁ ୬୪,୭୫୧ ଜଣ ପର୍ଯ୍ୟଟକ ଆସିଥିବା ଜଣାପଡ଼ିଛି।






More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..