ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମହାକୁମ୍ଭ ହେଲା ଜୀବନର ଶେଷଯାତ୍ରା। ପ୍ରୟାଗରାଜ ମିର୍ଜାପୁର ଏନଏଚ୍ ରେ ଭୟଙ୍କର ଦୁର୍ଘଟଣା ଘଟିଛି। ବସ୍ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୧୦ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଛତିଶଗଡ କୋରବା ଜିଲ୍ଲାର କିଛି ଶ୍ରଦ୍ଧାଳୁ ଏକ ବୋଲେରୋ ଯୋଗେ ମହାକୁମ୍ଭରେ ବୁଡ ପକାଇବାକୁ ପ୍ରୟାଗରାଜ ଯାଉଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ପ୍ରୟାଗରାଜ- ମିର୍ଜାପୁର ଜାତୀୟ ରାଜପଥରେ ବୋଲେରୋଟି ଏକ ଯାତ୍ରୀବାହୀ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ବୋଲେରୋରେ ଥିବା ୧୦ ଜଣଙ୍କର ମୃତ୍ୟୁ ଘଟିଥିଲା। ବସ୍ ଥିବା ୧୯ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ବସରେ ଥିବା ଶ୍ରଦ୍ଧାଳୁ ମାନେ ମଧ୍ୟପ୍ରଦେଶ ରାଜଗଡ ଅଞ୍ଚଳର ବୋଲି ଜଣାପଡିଛି। ଏମାନେ କୁମ୍ଭରେ ବୁଡ ପାଇ ବାରଣାସୀ ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇଥିଲେ। ପରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।






More Stories
ଆଜି ସଂସଦରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ…..
ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ,ଶପଥ ନେଲେ ମୁଖ୍ୟମନ୍ତ୍ରୀ….
୨ ଆତଙ୍କୀ ନିହତ…..