ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଗାମୀ ୩ ଘଣ୍ଟା ମଧ୍ୟରେ ଗଜପତି, ଯାଜପୁର, ଭଦ୍ରକ, ବାଲେଶ୍ବର, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, ଗଞ୍ଜାମ, କଟକ ଏବଂ ଖୋର୍ଦ୍ଧାରେ ବର୍ଷା ହେବା ଅଶଙ୍କା ରହିଛି । ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସେହି ଅନୁଯାୟୀ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
Discussion about this post