Report Card Odisha

| Daily Odia News

OSRTC ଓ ଯାତ୍ରୀବାହୀ ବସ୍ ଧକ୍କା, ୧୨ ମୃତ, ୮ ଆହତ…..

ରିପୋର୍ଟ କାର୍ଡ / ଗଞ୍ଜାମ

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ମର୍ମନ୍ତୁକ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍ ଓ ଘରୋଇ ବସ୍‌ରେ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ମଧ୍ୟରେ ୬ଜଣ ପୁରୁଷ,୪ ଜଣ ମହିଳା ଓ ୨ଜଣ ଶିଶୁ ଥିବା ଜଣାପଡ଼ିଛି। ଗତକାଲି ରାତି ପ୍ରାୟ ଗୋଟାଏ ସମୟରେ ବ୍ରହ୍ମପୁରରୁ ବିବାହ ଭୋଜି ସାରି ଏକ ବସ୍‌ରେ  ଖଣ୍ଡଦେଉଳି ଫେରୁଥିଲେ ବନ୍ଧୁବାନ୍ଧବ। ଏହି ସମୟରେ OSRTC ବସ୍‌ଟି ଗୁଡାରିରୁ ଭୁବନେଶ୍ୱର ଅଭିମୁଖେ ଫେରୁଥିଲା। ଖେମୁଣ୍ଡି କଲେଜ ନିକଟରେ ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଆମ୍ବୁଲାନ୍ସ ଓ ଦମକଳ ଗାଡ଼ି ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଛନ୍ତି। ଆହତଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି।  ଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

Breaking News