Report Card Odisha

| Daily Odia News

ରାଜ୍ୟରୁ ଆଉ ୧୦ ଜୀବନ ନେଲା ମହାମାରୀ….

ରିପୋର୍ଟ କାର୍ଡ / ଭୁବନେଶ୍ଵର

ରାଜ୍ୟରେ ଆଜି ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନା ଅନୁସାରେ- ଆଜି ରାଜ୍ୟରେ ସର୍ବାଧିକ ୮୩୮୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି | ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୪୨୮୫୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୨୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୧୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୦୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୯୯୭୧୪୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

Breaking News