ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଏବଂ ବୌଦ୍ଧ ଜିଲ୍ଲାରୁ ଜଣେ ରହିଛନ୍ତି । ସୂଚନା ଅନୁସାରେ -ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୦୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୦୯୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୬୭୧୧୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୦୦୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୯୫୪୭୩୯ସାମ୍ପୁଲ ଟେଷ୍ଟ୍ ହୋଇଛି ।






More Stories
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….
ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ:ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ……