ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ୧୦ ଜଣ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ଆଇପିଏସ ଅଧିକାରୀ ସତ୍ୟଜିତ ନାୟକ ଏବଂ ଉମାଶଙ୍କର ଦାସଙ୍କୁ ଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ଆର. ପ୍ରକାଶଙ୍କୁ ମଧ୍ୟ ଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଏହା ବ୍ୟତୀତ ଏସ. ସାଇନି ଏବଂ କେନ୍ଦ୍ରୀୟ ଡେପୁଟେସନରେ ଥିବା ସୂର୍ଯ୍ୟା ଥାଙ୍କାପାନଙ୍କୁ ମଧ୍ୟ ଅତିରିକ୍ତ ଡିଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ଏମ.ଏସ. ସମ୍ପତଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଛି।






More Stories
ସହରାଞ୍ଚଳକୁ ମନ୍ତ୍ରୀଙ୍କ ହାଇ ଆଲର୍ଟ…..
ଅକ୍ଟୋବର ସୁଦ୍ଧା ଏସଆଇ ପରୀକ୍ଷା…..
ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲା: ଦୁଇଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ…..