ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ମାଟ୍ରିକ ଖାତା ଦେଖା ଆରମ୍ଭ ହୋଇଛି | ଦଶମ ଶ୍ରେଣୀ ସହିତ ଏସ୍ଓସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ। ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ଖାତା ଦେଖାହେଉଛି । ଆଜି ସକାଳ ୧୦ଟା ସୁଦ୍ଧା ମୂଲ୍ୟାୟନ କେନ୍ଦ୍ରରେ ଯୋଗ ଦେଇଛନ୍ତି ପରୀକ୍ଷକ। ୧୦ରୁ ୧୨ ଦିନ ପର୍ଯ୍ୟନ୍ତ ଖାତା ଦେଖା ଚାଲିବ। ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକଙ୍କ ସହ ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଓ ୯୩୦ ଜଣସ୍କୃଟିନାଇଜରଙ୍କୁ ନିୟୋଜିତ କରାଯାଇଛି। ଖାତା ଦେଖା ପରେ ମାର୍କ ଅପଲୋଡ୍ କାର୍ଯ୍ୟ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଏପ୍ରିଲ ୨୯ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ଦୁଇ ବର୍ଷ ପରେ ପୁଣି ଅଫଲାଇନ୍ ପରୀକ୍ଷା ଦେଇଥିଲେ ଛାତ୍ରଛାତ୍ରୀ । ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।






More Stories
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଦ୍ଵିତୀୟ ଦିନ:ବିରଜା ମନ୍ଦିର ପରିଦର୍ଶନ…..