ରିପୋର୍ଟ କାର୍ଡ / ବାଲେଶ୍ୱର
ବାଲେଶ୍ୱର ଉପଜିଲ୍ଲାପାଳ କୁନାଲ ମୋତିଲାଲ ଚାଭନଙ୍କ ସମେତ ତାଙ୍କ ଡ୍ରାଇଭରଙ୍କୁ ଗତକାଲି ମରଣାନ୍ତକ ଆକ୍ରମଣ ହୋଇଥିଲା | ଏହି ଘଟଣା ପରେ ପୋଲିସ ସମୁଦାୟ ୧୧ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗତକାଲି ରାତିରେ ପୋଲିସ ୨ ଜଣଙ୍କୁ ଗିରଫ କରିଥିବା ବେଳେ ଆଜି ସକାଳେ ଆଉ ୯ ଜଣ ଗିରଫ ହୋଇଥିବା ସୂଚନା ମିଳିଛି। ଏହି ଘଟଣାରେ ୩ ମହିଳା ମଧ୍ୟ ସାମିଲଥିବା ଜଣାପଡିଛି | ଉଲ୍ଲେଖ ଯୋଗ୍ୟ- ବାଲେଶ୍ବର ଜିଲ୍ଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଫିଲାଡି କଣ୍ଟାବଣିଆ ନିକଟ ବୁଢାବଳଙ୍ଗ ନଦୀରେ ଏକ ବେଆଇନ ବାଲିଘାଟରେ ଚଢ଼ଉ କରିବାକୁ ଯାଇ ବାଲେଶ୍ଵର ଉପଜିଲ୍ଲାପାଳ କୁନାଲ ମୋତିରାମ ଚୌହାନ ଏବଂ ତାଙ୍କ ଡ୍ରାଇଭର ପ୍ରାଣାନ୍ତକ ଆକ୍ରମଣର ଶିକାର ହୋଇଥିଲେ।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….