ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୧୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ୧୧ ଜିଲ୍ଲା ହେଲା ଢେଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ,ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଉପକୂଳ ଓଡ଼ିଶା ତଥା ତତ୍-ସଂଲଗ୍ନ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। କିଛି ସ୍ଥାନରେ ହାଲୁକା ବର୍ଷା ସହ କୁଆପଥର ମାଡ଼ ନେଇ ପୂର୍ବାନୁମାନ କରାଯାଇଛି। ଆସନ୍ତାକାଲି ଯାଏଁ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ। ଆସନ୍ତା ୧୮ ତାରିଖ ପରେ ପାଗ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨ଦିନ ଯାଏ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ତଳକୁ ରାତ୍ରି ତାପମାତ୍ରା ଖସିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରାଯାଇଛି।






More Stories
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..
ଆଜି ମନ୍ତ୍ରୀ ପରିଷଦ ବୈଠକ…..
ଓଏଏସ୍ ଅଧିକାରୀଙ୍କ ବଦଳି……