Report Card Odisha

| Daily Odia News

ଅଟୋ-ବସ୍ ଧକ୍କା, ୮ ଶିଶୁଙ୍କ ସମେତ ୧୧ ମୃତ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ମର୍ମନ୍ତୁଦ ଦୁର୍ଘଟଣାରେ୧୧ ଜଣଙ୍କର ମୃତ୍ୟୁ ହୋଇଛି । ରାଜସ୍ଥାନର ଧୌଲପୁରରେ ଏହି ଦୁର୍ଘଟଣା ଘଟିଛି | ସୂଚନା ମୁତାବକ,କରୌଲି-ଧୌଲପୁର ଜାତୀୟ ରାଜପଥର ଏନ୍‌ଏଚ୍‌-୧୧(ବି) ସ୍ଥିତ ସୁନିପୁର ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏକ ସ୍ଲିପର କୋଚ୍‌ ବସ୍‌ ଦ୍ରୁତ ଗତିରେ ଆସି ଏକ ଅଟୋକୁ ଧକ୍କା ଦେଇଛି। ଫଳରେ ଏଥିରେ ୧୧ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୮ ଜଣ ଛୋଟ ପିଲା ଅଛନ୍ତି। ସେହିପରି ଦୁଇ ଜଣ ମହିଳା ଓ ଜଣେ ପୁରୁଷ ମଧ୍ୟ ଅଛନ୍ତି। ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ସରକାରୀ ହସ୍ପିଟାଲକୁ ପଠାଇଛି। ସମସ୍ତଙ୍କ ମୃତକ ଅଟୋରେ ବସିଥିଲେ। ଏମାନେ ସମସ୍ତେ ବାଡି ସହରର ଗୁମଟ ଅଞ୍ଚଳର ବାସିନ୍ଦା। ଏମାନେ ସମସ୍ତେ ବରୌଲି ଗାଁରେ ଭାତ କାର୍ଯ୍ୟକ୍ରମରେ ସାମିଲ ହୋଇ ଘରକୁ ଫେରୁଥିଲେ। ଏହି ସମୟରେ ଏକ ବସ୍‌ ଦ୍ରୁତ ଗତିରେ ଆସି ଅଟୋକୁ ପଛରୁ ଧକ୍କା ଦେଇଥିବା ସୂଚନା ମିଳିଛି। ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।

Breaking News