ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆନ୍ଦୋଳନକୁ ତୀବ୍ରତର କରିଛି ବିଜେପି। ଗତକାଲି ମୟୂରଭଞ୍ଜ ବନ୍ଦ ପରେ ଆଜି ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ମଙ୍ଗଳବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବିଜେପି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସମ୍ବଲପୁର ସହରର ବିଭିନ୍ନ ସ୍ଥାନରେ ବିଜେପି କର୍ମୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଯାତ୍ରୀ ପରିବହନ, ଦୋକାନ ବଜାର ବନ୍ଦ ରହିବା ସହ ବିଭିନ୍ନ କାର୍ଯ୍ୟାଳୟକୁ ବି ବନ୍ଦ କରାଯାଇଛି। ତେବେ ବନ୍ଦରୁ ଅତ୍ୟାବଶ୍ୟକ ସେବାକୁ ବାଦ୍ ଦିଆଯାଇଛି। ମମିତା ହତ୍ୟା ମାମଲାରେ ସିବିଆଇ ତଦନ୍ତ କରିବାକୁ ଜୋର ଦେବା ସହ ମନ୍ତ୍ରୀ ଦିବ୍ୟଶଙ୍କର ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ବିଜେପି ଦାବି କରିଛି। ଏହାସହ ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ପ୍ରଦାନ ପାଇଁ ମଧ୍ୟ ଦାବି ହୋଇଛି। ବନ୍ଦକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର ଓ ଅନ୍ୟାନ୍ୟ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇବେ ବିରୋଧୀ। ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଆଜି ରାଜ୍ୟର ସମସ୍ତ ଏସ୍ପି ଅଫିସ ଘେରାଉ କରାଯିବ। ସେପଟେ, ଏହି ପ୍ରସଙ୍ଗକୁ ନେଇ ଆଜି ପୋଲିସ ଡିଜିଙ୍କ ଅଫିସ ସହ ନବୀନ ନିବାସ ଘେରାଉ କରିବ କଂଗ୍ରେସ। ଛାତ୍ର କଂଗ୍ରେସ ପକ୍ଷରୁ ନବୀନ ନିବାସ ଘେରାଉ କରାଯିବା କାର୍ଯ୍ୟକ୍ରମ ରହିଛି।






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……