Report Card Odisha

| Daily Odia News

ଆଜି ଭାରତ ବନ୍ଦ:ସକାଳୁ ପିକେଟିଂ ଆରମ୍ଭ,ଟ୍ରେନ ଚଳାଚଳ ପ୍ରଭାବିତ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଏସସି-ଏସଟି ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ୧୨ ଘଣ୍ଟିଆ ଭାରତ ବନ୍ଦ ପାଳନ କରୁଛନ୍ତି ବିଭିନ୍ନ ଦଳିତ ସଂଗଠନ। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି ବନ୍ଦ ପ୍ରଭାବ। ପିକେଟିଂ କରି ରାସ୍ତାକୁ ଓହ୍ଲାଇଲେଣି ଆନ୍ଦୋଳନକାରୀ। ସମ୍ବଲପୁର କ୍ଷେତରାଜପୁର ଷ୍ଟେସନରେ ଆନ୍ଦୋଳନକାରୀମାନେ ଦୁଇଟି ଟ୍ରେନକୁ ଅଟକାଇଛନ୍ତି। ସମ୍ବଲପୁର-ପୁରୀ ଓ ସମ୍ବଲପୁର-ରାୟଗଡ଼ା ଇଣ୍ଟରସିଟି ଏକ୍ସପ୍ରେସକୁ ଅଟକାଇଛନ୍ତି ଆନ୍ଦୋଳନକାର। ସେପଟେ ବଲାଙ୍ଗିର ସହରରେ ଅନୁସୂଚିତ ଜାତି ଓ ଜନଜାତି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପିକେଟିଂ କରାଯାଇଛି। ଜିଲ୍ଲା ମୁଖ୍ୟ ଡାକଘର ସମ୍ମୁଖରେ ସ୍ଲୋଗାନ୍ ଦେଇ ପ୍ରତିବାଦ ଆରମ୍ଭ କରିଛନ୍ତି ଆନ୍ଦୋଳନକାରୀ। ବଲାଙ୍ଗୀର, କୋରାପୁଟ, ସୁବର୍ଣ୍ଣପୁର, ଯାଜପୁର ଓ ଅନୁଗୋଳରୁ ବିଭିନ୍ନ ଦଳିତ ସଂଗଠନ ଏହି ବନ୍ଦରେ ସାମିଲ ହେବା ନେଇ ସମର୍ଥନ ଜଣାଇଥିଲେ। ଭିମ୍ ଆର୍ମି, ନାସନାଲ କନଫେଡେରେସନ୍ ଅଫ୍ ଦଳିତ ଅର୍ଗନାଇଜେସନ୍, ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘ, ଆଦିବାସୀ ଏକତା ପରିଷଦ ଓ ବିଭିନ୍ନ ଦଳି ସଂଗଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି।

Breaking News