ରିପୋର୍ଟ କାର୍ଡ / ଦେବଗଡ଼
ଆଜି ଦେବଗଡ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । କ୍ଷତିଗ୍ରସ୍ତ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ପ୍ରଦାନ ଦାବିରେ ଏହି ବନ୍ଦ ପାଳନ କରାଯାଉଥିବା ଜଣାପଡ଼ିଛି । ଦେବଗଡ ଜିଲ୍ଲା କୃଷକ ସଂଘର୍ଷ ସଂଘ ପକ୍ଷରୁ ସକାଳ ୬ଟାରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି । ଫଳରେ ଗାଡିମଟର ଓ ବ୍ୟବସାୟିକ ପ୍ରତିଷ୍ଠାନ ଏବେ ବନ୍ଦ ରହିଥିବା ବେଳେ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟକୁ ମଧ୍ୟ ବନ୍ଦ କରାଯିବ । କୃଷକ ସଂଘର୍ଷ ସଂଘର ସଭାପତି ସେମ ହେମ୍ରମଙ୍କ ନେତୃତ୍ୱରେ ବହୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଗତବର୍ଷ ଖରିଫ ଋତୁରେ ସ୍ୱଳ୍ପ ବର୍ଷା ଯୋଗୁଁ ଜିଲ୍ଲାରେ ମରୁଡି ସମସ୍ୟା ଦେଖାଯାଇଥିଲା । ମାତ୍ର କ୍ଷତିଗ୍ରସ୍ତ ଚାଷୀଙ୍କୁ ଆଜି ପର୍ଯ୍ୟନ୍ତ ଫସଲ ବୀମା ଟଙ୍କା ପ୍ରଦାନ କରାଯାଇନାହିଁ । ଯାହାକୁ ନେଇ କୃଷକ ସଂଘର୍ଷ ସଂଘ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି |






More Stories
ପରକୀୟା ପ୍ରୀତି ରୁ ଗଡ଼ିଲା ମୁଣ୍ଡ…..
ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ବଡ ତ୍ରୁଟି; ବହିରେ ୧୬୭୮ଟି ଭୁଲ ଚିହ୍ନଟ…..
ସୈନିକ ସ୍କୁଲ ରାସ୍ତାରେ ସିରିଜ ଦୁର୍ଘଟଣା,୨ ମୃତ…..