ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୧୨ ତାରିଖରୁ ଯୁକ୍ତ ଦୁଇ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ । କରୋନା ପାଇଁ କୌଣସି ଆଡମିଶନ ଫି ବୃଦ୍ଧି ହେବ ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦଶ ସୂଚନା ଦେଇଛନ୍ତି । ଚଳିତ ବର୍ଷ ଯୁକ୍ତ ୨ ସିଟ୍ ସଂଖ୍ୟା ମୋଟ୍ ୫୪ ହଜାର ୯୦୦ ସିଟ୍ ବୃଦ୍ଧି କରାଯାଇଛି । କଳାରେ ୩୮ ହଜାର, ବିଜ୍ଞାନରେ ୧୩ ହଜାର, ବାଣିଜ୍ୟରେ ୩ ହଜାର ୯୦୦ ସିଟ୍ ବୃଦ୍ଧି ହୋଇଛି । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ୭୨ ହଜାର ସିଟ୍ ବୃଦ୍ଧି ପାଇଁ ଆବେଦନ ଆସିଥିଲା । କଳାରେ ୪୦ ହଜାର, ବିଜ୍ଞାନରେ ୨୫ ହଜାର ଓ ବାଣିଜ୍ୟରେ ୪ ହଜାର ସିଟ୍ ବୃଦ୍ଧି ପାଇଁ ଆବେଦନ ହୋଇଥିଲା ।






More Stories
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..