ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୧୩ ତାରିଖରେ କଟକ ବନ୍ଦ ଡାକରା ଦେଇଛି ବିଜେପି । ପାର୍ବଣ ପାଇଁ ରାଜ୍ୟ ସରକାରଙ୍କ କଟକଣାକୁ ବିରୋଧ କରି କଟକ ନଗର ବିଜେପି ପକ୍ଷରୁ ଏହି ଡାକରା ଦିଆଯାଇଛି । ଏନେଇ କଟକ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁ ସୂଚନା ଦେଇଛନ୍ତି । କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ କଟକଣା ଜାରି କରାଯାଇଥିବା ବେଳେ ମୂର୍ତ୍ତି ଉଚ୍ଚତା ୪ ଫୁଟ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହିତ ପୂଜା ମଣ୍ଡପକୁ ଶ୍ରଦ୍ଧାଳୁଙ୍କୁ ଅନୁମତି ପ୍ରଦାନ କରାଯାଇନାହିଁ । ଏହି ସବୁ ନିୟମକୁ ବିରୋଧ କରି କଟକ ବନ୍ଦ ଡାକରା ଦେଇଛି ବିଜେପି ।






More Stories
ଭଡ଼ାଘର ଦେବେ ସରକାର…..
୧୯ରୁ ମାଟ୍ରିକ ପରୀକ୍ଷା……
ଆସିଲା ସୁଭଦ୍ରା ଟଙ୍କା…..