ରିପୋର୍ଟ କାର୍ଡ / କଟକ
ପୁଣି ମୁଣ୍ଡ ଟକିଲାଣି କରୋନା ସଂକ୍ରମଣ | କଟକର ଏକ ଘରୋଇ ଶିକ୍ଷାନୁଷ୍ଠାନରୁ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଶିକ୍ଷାନୁଷ୍ଠାନର ସିଏମସି ୫୯ ନମ୍ବର ୱାର୍ଡରେ ଥିବା ଛାତ୍ରାବାସରୁ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି । କିଛି ପିଲାଙ୍କୁ ଜ୍ୱର ଓ ଥଣ୍ଡା ହେବାରୁ ୫୬ ଜଣଙ୍କ ଆଣ୍ଟିଜେନ୍ ଟେଷ୍ଟ ହୋଇଥିଲା । ୫୬ଟି ସମ୍ପଲ ଟେଷ୍ଟରୁ ୧୩ ଜଣ ଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି । ଆଜି ଶିକ୍ଷାନୁଷ୍ଠାନର ସମସ୍ତ ଛାତ୍ରଙ୍କ ଆରଟିପିସିଆର ଟେଷ୍ଟ ହେବ । ଏନେଇ କଟକ ଜିଲ୍ଲା କୋଭିଡ ନୋଡାଲ ଅଫିସର ଡା.ଉମେଶ ରାୟ ସୂଚନା ଦେଇଛନ୍ତି ।






More Stories
ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ……
୧୭ରୁ ବଜେଟ ଅଧିବେଶନ: ଆଜି ସର୍ବଦଳୀୟ ବୈଠକ…..
ଦାୟିତ୍ୱ ବାଣ୍ଟିଲେ ନବୀନ…..