Report Card Odisha

| Daily Odia News

ରାଜ୍ୟରେ ୮୨୧୬ କରୋନା ଆକ୍ରାନ୍ତ ଚିହ୍ନଟ,୧୫ ଆକ୍ରାନ୍ତଙ୍କର ମୃତ୍ୟୁ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆଜି ୮୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାସହ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୨୦୮୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ରାୟଗଡ଼ାରୁ ୩, ସୁନ୍ଦରଗଡ଼ ଓ କଳାହାଣ୍ଡିରୁ ୨ ଲେଖାଏଁ ମୃତ ହୋଇଛି। ସେହିପରି କଟକ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ମୃତ ହୋଇଛନ୍ତି। ତେବେ ଲଗାତାର ଭାବରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ରାଜ୍ୟରେ ବଢିବାରେ ଲାଗିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭୯୭୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୮୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯୭୫୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୨୨୭୩୨୧ସାମ୍ପୁଲ ଟେଷ୍ଟ୍ ହୋଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୬୩୬, କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୁଳରୁ ୩୯୪, ସମ୍ବଲପୁରରୁ ୩୮୫, ବରଗଡ଼ରୁ ୩୭୫ ପଜିଟିଭ୍ ବାହାରିଛନ୍ତି । ସେହିପରି ଯାଜପୁରରୁ ୩୪୭, ନବରଙ୍ଗପୁରରୁ ୩୧୯, ଝାରସୁଗୁଡ଼ାରୁ ୩୧୬, ବଲାଙ୍ଗିରରୁ ୩୦୫, ବାଲେଶ୍ୱରରୁ ୩୦୨, ନୂଆପଡ଼ାରୁ ୨୬୧, ନୟାଗଡ଼ରୁ ୨୫୦, ସୁବର୍ଣ୍ଣପୁରରୁ ୨୪୮, କଳାହାଣ୍ଡିରୁ ୨୩୮ ପଜିଟିଭ୍ ଚିହ୍ନଟ ବାହାରିଛନ୍ତି। ସେହିପରି ଭାବରେ ନୟାଗଡ଼- ୨୫୦, ସୁବର୍ଣ୍ଣପୁର- ୨୪୮, ଷ୍ଟେଟ୍ ପୁଲ୍ ଓ କଳାହାଣ୍ଡିରୁ ୨୩୮ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାୟଗଡ଼ା- ୨୩୨, ମୟୂରଭଞ୍ଜ- ୧୯୦, କୋରାପୁଟ- ୧୩୩, କେନ୍ଦୁଝର- ୧୨୯, ଗଜପତି- ୧୨୧, ଜଗତସିଂହପୁର- ୧୦୬,ବୌଦ୍ଧ ଓ ଦେବଗଡ଼ରୁ ୯୮ ଲେଖାଏଁ, କେନ୍ଦ୍ରାପଡ଼ା- ୮୭, କନ୍ଧମାଳ- ୭୭ ସହ ଗଞ୍ଜାମ- ୬୯, ଭଦ୍ରକ- ୬୩, ଢେଙ୍କାନାଳ- ୪୭, ମାଲକାନଗିରିରୁ ୩୨ ଚିହ୍ନଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Breaking News