Report Card Odisha

| Daily Odia News

ବିଲକୁ ଖସିଲା ବସ୍, ୧୫ ଆହତ…..

ରିପୋର୍ଟ କାର୍ଡ / ପୁରୀ

ଭାରସାମ୍ୟ ହରାଇ ବିଲକୁ ଖସିଗଲା ବସ୍। ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ପୁରୀ ଜିଲ୍ଲା ମଲ୍ଲିକାଶୁଣୀ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଯାତ୍ରୀମାନଙ୍କୁ ନିକଟସ୍ଥ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ବସଟି ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ପୁରୀରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଏହି ସମୟରେ ମଲ୍ଲିକାଶୁଣୀ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ବିଲକୁ ମାଡ଼ି ଯାଇଥିଲା। ଦୁର୍ଘଟଣାରେ ବସ୍‌ରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତ ଯାତ୍ରୀଙ୍କୁ ନିକଟସ୍ଥ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଖବର ଲେଖା ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ପୋଲିସ ଘଟଣାର ତଦନ୍ତ କରୁଛି।

Breaking News