ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୋଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ। ୧୫ IPS ଅଫିସରଙ୍କୁ ଦିଆଗଲା ୧୭ଟି ଜିଲାର ସ୍ବତନ୍ତ୍ର ନିରୀକ୍ଷଣ ଓ ତଦାରଖ ଦାୟିତ୍ୱ । କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲା ଦାୟିତ୍ୱ ଦିଆଯାଇଛି। ସ୍ପେଶାଲ ଅପରେଶନ ଏଡିଜି ସଞ୍ଜୀବ ପଣ୍ଡାଙ୍କୁ କୋରାପୁଟ ଓ ରାୟଗଡ଼ା ଦାୟିତ୍ୱ ମିଳିଛି। ସେହିପରି ଅନ୍ୟ ୧୩ ଆଇପିଏସ ଅଫିସରଙ୍କୁ ଗୋଟିଏ ଲେଖାଏ ଜିଲା ନିରୀକ୍ଷଣ ଦାୟିତ୍ୱ ଦିଆଯାଇଛି। ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଜଗତସିଂହପୁର , ରେଳବାଇ ଏଡିଜି ଅରୁଣ ବୋଥ୍ରାଙ୍କୁ ଅନଗୋଳ, ଆଇନ ଓ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାରଙ୍କୁ ସମ୍ବଲପୁର , ଏଡିଜି ରାଜେଶ କୁମାରଙ୍କୁ ନୟାଗଡ଼, ଏଡିଜି ପ୍ରତୀକ ମହାନ୍ତିଙ୍କୁ ଯାଜପୁର, ଏଡିଜି ଯତୀନ୍ଦ୍ର କୋଏଲଙ୍କୁ କଳାହାଣ୍ଡି, ଏଡିଜି ଏସ. ସାଇନିଙ୍କୁ ବଲାଙ୍ଗୀର , ଆଇଜି ଏସ.ପ୍ରବୀଣ କୁମାରଙ୍କୁ କନ୍ଧମାଳ ଜିଲା ଦାୟିତ୍ୱ ମିଳିଛି। ସେହିପରି ଆଇଜି ଦୀପକ କୁମାରଙ୍କୁ ମାଲକାନଗିରି, ଅନୁପ ସାହୁ ପୁରୀ, ଅବିନାଶ କୁମାର ମୟୂରଭଞ୍ଜ ଓ ସାର୍ଥକ ଷଡ଼ଙ୍ଗୀ କେନ୍ଦ୍ରାପଡ଼ା, ଆଇଜି ଗଜଭିୟେ ସତୀଶ କୁମାର ଈଶ୍ୱରଦାସଙ୍କୁ ଢେଙ୍କାନାଳ ଜିଲା ଦାୟିତ୍ୱ ଦିଆଯାଇଛି। ଆସନ୍ତା ଜୁଲାଇରୁ ସମୀକ୍ଷା ଓ ଯାଞ୍ଚ ପାଇଁ ଆଇପିଏସ ଅଫିସରଙ୍କୁ ନିର୍ଦ୍ଦେଶ ହୋଇଛି। ନିରୀକ୍ଷଣ ଶେଷର ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ ବାଧ୍ୟତାମୂଳକ ବୋଲି କୁହାଯାଇଛି।






More Stories
ଗୃହରକ୍ଷୀଙ୍କ ଦୈନିକ ଭତ୍ତା ବୃଦ୍ଧି…..
ଦେବାଶିଷଙ୍କ ପ୍ରାର୍ଥିପତ୍ର କାଏମ୍…..
ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ…..