Report Card Odisha

| Daily Odia News

୧୫ରୁ ପ୍ରବଳ ବର୍ଷୀବ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ଅଞ୍ଚଳ ସୃଷ୍ଟି ହେବାର ଆଶଙ୍କା ଥିବାରୁ ଓଡିଶାରେ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଆଇଏମଡି କହିଛି। ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ, ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହା ବ୍ୟତୀତ ଅକ୍ଟୋବର ୧୫ ରୁ ଓଡିଶା, ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମବଙ୍ଗ ଏବଂ ଏହାର ମଧ୍ୟବର୍ତ୍ତୀ ଭାରତରେ ବର୍ଷାର ତୀବ୍ରତା ବୃଦ୍ଧି ପାଇବ ବୋଲି ପ୍ରକାଶ କରିଛି।ଅକ୍ଟୋବର ୧୫ରୁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧୬ରେ ଗଞ୍ଜାମ, ପୁରୀ, ଜଗତସିଂହପୁର ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ବଜ୍ରପାତ ହେବାର ସମ୍ଭାବନା ରହିଛି।

Breaking News