ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ଜମି ଆବଣ୍ଟନ କମିଟି ବୈଠକରେ ୧୬ ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପକୁ ନିତୀଗତ ଭାବେ ଅନୁମୋଦନ ଦିଆଯାଇଛି। ଏହି ସବୁ ପ୍ରକଳ୍ପ ମାଧ୍ୟମରେ ପ୍ରାୟ ୨୪୦ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ହେବା ସହ ୩୦୨୦ ଜଣଙ୍କ ନିମନ୍ତେ ପ୍ରତକ୍ଷ୍ୟ ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ସିଙ୍ଗିଲ୍ ୱିଣ୍ଡୋ ମାଧ୍ୟମରେ ଉକ୍ତ ପ୍ରକଳ୍ପଗୁଡିକୁ ନୀତିଗତ ଭାବେ ଅନୁମୋଦନ ପ୍ରଦାନ କରାଯାଇଛି। ରାଜ୍ୟ ଲୋକସେବା ଭବନ ସମିଳନ୍ନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ପ୍ରକଳ୍ପ ଗୁଡିକର ବୈଷୟିକ, ଆର୍ଥିକ ଏବଂ ଭିତ୍ତିଭୂମି ସଂପର୍କିତ ବିଷୟ ଉପସ୍ଥାପନ ପୂର୍ବକ କହିଥିଲେ ଯେ ପ୍ରକଳ୍ପ ଗୁଡିକ ମୁଖ୍ୟତଃ ସୌରଶକ୍ତି, ଖାଦ୍ୟ ପ୍ରକ୍ରିୟାକରଣ, ଔଷଧ ପ୍ରସ୍ତୁତ, ପ୍ରିଣ୍ଟିଂ, ଗୃହ ଉପକରଣ ଏବଂ ନୂତନ ଶିକ୍ଷା ଅନୁଷ୍ଠାନ ପ୍ରତିଷ୍ଠା ଆଦି ଅନ୍ତର୍ଭୁକ୍ତ । ଏସବୁ ପ୍ରକଳ୍ପ ରାଜ୍ୟରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ରାଜ୍ୟର ଆର୍ଥିକ ପ୍ରଗତିରେ ସହାୟକ ହେବ। ପ୍ରକଳ୍ପ ଗୁଡିକୁ ନୀତିଗତ ଅନୁମୋଦନ ଦେଇ ସେଗୁଡିକର ତ୍ୱରିତ କ୍ଷେତ୍ରାନ୍ୱୟନ ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଆରୋପ କରିଥିଲେ। ଏଥିପାଇଁ ସମସ୍ତ ପ୍ରକାର ପ୍ରଶାସନିକ ସହଯୋଗ ଯୋଗାଇ ଦେବା ପାଇଁ ଶ୍ରୀ ମହାପାତ୍ର ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।






More Stories
କଂଗ୍ରେସ ଛାଡିଲେ ଜୟରାମ…..
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ବାଛୁରୀ ପାଟିରେ ଫୁଟିଛି ବାରୁଦ…..