ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗୋଟିଏ ଲଘୁଚାପ ଜାରିରହିଥିବା ବେଳେ ପୁଣି ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ସୋମବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ସେ କହିଛନ୍ତି, ୧୭ ତାରିଖ ଠାରୁ ରାଜ୍ୟରେ ପୁଣି ଲାଗି ରହିବ ବର୍ଷା । ବର୍ଷା ସଂପର୍କରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଦେଇ କହିଛନ୍ତି, ୧୭ ସୁଦ୍ଧା ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ୧୮ ତାରିଖ ସକାଳ ସୁଦ୍ଧା ଏହା ଉତ୍ତର ଓଡ଼ିଶା ନିକଟରେ ପହଞ୍ଚିପାରେ। ଏହାର ପ୍ରଭାବରେ ୧୭ରୁ ଉପକୂଳ ଓଡ଼ିଶାରେ ପୁଣି ବର୍ଷା ହେବ। ଆଜି ବର୍ଷା ସଂପର୍କରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି, ଗଭୀର ଅବପାତ ଆଜି ଚାନ୍ଦବାଲିଠାରେ ଉପକୂଳ ଅତିକ୍ରମ କରିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି କାଲି ଛତିଶଗଡ଼ ଛୁଇଁବ। ଏହାର ପ୍ରଭାବରେ କ୍ରମେ ଉପକୂଳରେ ବର୍ଷା କମିବ, କିନ୍ତୁ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ବଢ଼ିବ। ବିଶେଷ କରି ସମ୍ବଲପୁର, ଅନୁଗୁଳ, ଦେବଗଡ଼, ବରଗଡ଼, ବୌଦ୍ଧରେ ପ୍ରବଳ ବର୍ଷିବ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..