ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୧୮୫ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ମୃତ ଦୁଇଜଣ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାଯାଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୦୯ ଓ ସ୍ଥାନୀୟ ସଂକ୍ରମିତ ୭୬ ଜଣ ଅଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ପିଲା ୩୫ ଜଣ ଥିବା ଜଣାଯାଇଛି । ବାଲେଶ୍ୱରରେ ୯, ଭଦ୍ରକ ୨, ବଉଦ ୨, କଟକ ୧୪, ଦେବଗଡ ୨, ଢେଙ୍କାନାଳ ୧, ଗଞ୍ଜାମ ୧, ଜଗତସିଂହପୁର ୩ ଓ ଯାଜପୁରରେ ୭ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡା ୩, କେନ୍ଦ୍ରାପଡା ୪, ଖୋର୍ଦ୍ଧା ୭୬, ମୟୁରଭଞ୍ଜ ୧୨, ନୟାଗଡ ୧, ପୁରୀ ୭, ସମ୍ବଲପୁର ୧୮, ସୋନପୁର ୪, ସୁନ୍ଦରଗଡ ୧ ଓ ଷ୍ଟେଟପୁଲରୁ ୧୮ ଜଣଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୨୦୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସଂପ୍ରତି ୨୭୧୯ ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୫୬୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୯ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..