ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଡମଣା ଛକରେ ଆଜି ପରିବହନ ବିଭାଗ ଏକ ବସ୍ ଉପରେ ୨ ଲକ୍ଷ ୩୩ ହଜାର ଫାଇନ୍ କରିଛି | ଏହା ସହିତ ବସ୍ଟିକୁ ଜବତ କରାଯାଇ ଥିବା ସୂଚନା ମିଳିଛି । ବସ୍ ପରମିଟ୍, ବୀମା, ପଲ୍ୟୁସନ୍ ବାବଦରେ ଏହି ଫାଇନ୍ କଟାଯାଇଛି । ଟିକସ ବକେୟା ଅଭିଯୋଗରେ ୨ ଲକ୍ଷ ୫ ହଜାର, ପଲ୍ୟୁସନ୍ ପାଇଁ ୧୦ ହଜାର ଓ ପରମିଟ୍ ପାଇଁ ୧୦ ହଜାର ଟଙ୍କା ଫାଇନ୍ ପକାଯାଇଛି । ଗତ ୨୦ ତାରିଖରୁ ସ୍କୁଲ ଗାଡ଼ିର ଫିଟନେସ୍ ଯାଞ୍ଚ ଆରମ୍ଭ କରାଯାଇଛି। ପ୍ରଥମ ଦିନ ଚଢ଼ାଉ ସମୟରେ ହିଁ କୋରାପୁଟ ଜିଲ୍ଲା ସେମିଳିଗୁଡ଼ାର ଏକ ଇଂଲିଶ ମିଡିୟମ ସ୍କୁଲ ବସ୍ ଉପରେ ୪ ଲକ୍ଷ ଟଙ୍କା ଫାଇନ୍ ପକାଇଥିଲା ପରିବହନ ବିଭାଗ। ଟ୍ୟାକ୍ସ ପାଇଁ ୩.୮୦ ଲକ୍ଷ ଓ ଫିଟନେସ୍ ପାଇଁ ୨୧ ହଜାର ୫୦୦ ଜରିମାନା କରିଥିଲା ପରିବହନ ବିଭାଗ। ସ୍କୁଲ ପିଲାଙ୍କ ସୁରକ୍ଷିତ ଯାତାୟାତକୁ ସରକାର ଗୁରୁତ୍ୱ ଦେଉଥିବା ବେଳେ ସ୍କୁଲ ପିଲାଙ୍କୁ ପରିବହନ କରୁଥିବା ବସ୍ ଓ ଅନ୍ୟ ହାଲୁକା ଯାନ ଚେକିଂ ଅଭିଯାନକୁ କଡ଼ାକଡ଼ି କରାଯାଇଛି ।
More Stories
ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’…..
ପୋଲିସ ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ…..
ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ଉପହାର…..