ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କିଛିଦିନ ହେବ ଗ୍ରୀଷ୍ମ ପ୍ରବାହ ରୁ ଅସ୍ବସ୍ତି ଦେଇଛି ପଶ୍ଚିମା ଝଡ଼ | ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ପବନ ସହ ବିଜୁଳି ଘଡଘଡି ହେଉଛି । ନବରଙ୍ଗପୁର, ସମ୍ବଲପୁର ଏବଂ ଚାନ୍ଦବାଲିରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ନେଇ ୧୫ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ବର ପାଣିପାଗ ବିଭାଗ। ମଙ୍ଗଳବାର ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ କମିଛି। ପଶ୍ଚିମ ଓଡ଼ିଶାବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ତଥାପି ୪ ସହରରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଛି । ୪୩ ଡିଗ୍ରୀ ସହ ବୌଦ୍ଧ ପୁଣି ରାଜ୍ୟର ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି।ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଦକ୍ଷିଣ-ପଶ୍ଚିମ ଆରବ ସାଗରର କିଛି ଅଂଶ, ଦକ୍ଷିଣ- ପୂର୍ବ ଆରବସାଗରର କିଛି ଅଂଶ, ଦକ୍ଷିଣ-ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗର କିଛି ଅଞ୍ଚଳରେ ସ୍ପର୍ଶ କରିବାର ସମ୍ଭାବନା ରହିଛି। ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଏବଂ ରାୟଗଡା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତନେଇ ସତର୍କ ସୂଚନା ଜାରି କରାଯାଇଛି। ଉପକୂଳ ଓଡ଼ିଶାର କିଛି ଅଞ୍ଚଳ ସହ ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଏବଂ ରାୟଗଡା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ମଧ୍ୟ ସତର୍କ ସୂଚନା ଜାରିକରି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସମ୍ଭାବ୍ୟ ସ୍ଥିତିର ମୁକାବିଲା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ ଆୟୁକ୍ତ ପ୍ରଦୀପ ଜେନା । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ୩ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ, କିନ୍ତୁ ପରବର୍ତ୍ତୀ ସମୟରେ କେତେକ ଅଞ୍ଚଳରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି।






More Stories
ମଦ ଦୋକାନ ପାଇଁ ହେବ ଲଟେରୀ….
ଆଜି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ…..
ଆଜି ଓଡ଼ିଶା ଆସିବେ ସ୍ଥଳ ସେନା ମୁଖ୍ୟ……