ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିଶ୍ୱରେ ମହାମାରୀ କରୋନାର ମାରାତ୍ମକ ଓମିକ୍ରନ ଭାରିଏଣ୍ଟ ଚିନ୍ତା ବଢ଼ାଇଛି । ଭାରତରେ ମଧ୍ୟ ଧୀରେ ଧୀରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି | ଆଜି ଗୁଜରାଟରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ପୂର୍ବରୁ ଗୁଜରାଟର ଜାମନଗରରୁ ଜଣେ ଜିମ୍ବାୱେ ଫେରନ୍ତା ଓମିକ୍ରନରେ ଆକ୍ରାନ୍ତ ହୋଇଥିଲେ। ତେବେ ଆଜିର ଏହି ଦୁଇ ଜଣଙ୍କୁ ମିଶାଇ ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି । ସୂଚନା ଅନୁସାରେ- ଡିସେମ୍ବର ୪ରେ ଜିମ୍ବାୱେରୁ ଫେରିଥିବା ବ୍ୟକ୍ତି ଓମିକ୍ରାନରେ ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିଲା। ଏହି ସମୟରେ ଚିହ୍ନଟ ହୋଇଥିବା ଲୋକଙ୍କ ମଧ୍ୟରୁ ୨ ଜଣଙ୍କ ଶରୀରରୁ ଓମିକ୍ରନ ଚିହ୍ନଟ ହୋଇଛି। ଜେନୋମ ସିକ୍ୱେନ୍ସିଂ ପରେ ଓମିକ୍ରନ ଆକ୍ରାନ୍ତ ନେଇ ରିପୋର୍ଟ ଆସିଛି। ପ୍ରଶାସନ ପକ୍ଷରୁ ଉଭୟଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବ ସହ ସମସ୍ତ ପ୍ରକାରର ଚିକିତ୍ସା ଯୋଗାଇ ଦିଆଯାଇଛି । ଉଭୟ ସଂପୂର୍ଣ୍ଣ ସୁସ୍ଥ ଥିବା ନେଇ ସୂଚନା ମିଳିଛି |






More Stories
ଡାଟା ସେୟାରିଂ ନାଁରେ ନାଗରିକଙ୍କ ଗୋପନୀୟତାର…..
ଏନଡିଏ ବୈଠକରେ ମୋଦୀଙ୍କୁ ଭବ୍ୟ ସ୍ୱାଗତ…..
ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ…..