Report Card Odisha

| Daily Odia News

ଓଡ଼ିଶା ହାଇକୋର୍ଟରେ ୨ ନୂଆ ବିଚାରପତିଙ୍କୁ ନିଯୁକ୍ତି…..

ରିପୋର୍ଟ କାର୍ଡ / ଭୁବନେଶ୍ଵର

ଓଡ଼ିଶା ହାଇକୋର୍ଟରେ ୨ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିଛି । ଗୌରୀଶଙ୍କର ଶତପଥୀ ଓ ଚିତ୍ତରଞ୍ଜନ ଦାଶଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି । ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇବ । ଆଜି ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ଏହି ଦୁଇ ବିଚାରପତି ଯେଉଁଦିନଠୁ ଦାୟିତ୍ୱ ଗ୍ରହଣ କରିବେ ସେହିଦିନଠୁ ସେମାନଙ୍କର ବରିଷ୍ଠତା ବିଚାରକୁ ନିଆଯିବ ।

 

Breaking News