Report Card Odisha

| Daily Odia News

ଭୁବନେଶ୍ୱରରେ ପହଞ୍ଚିଲା ୨ ଓଡ଼ିଆଙ୍କ ପାର୍ଥିବ ଶରୀର…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭୁବନେଶ୍ୱରରେ ପହଞ୍ଚିଲା କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର। ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କ ମରଶରୀର ଆଜି ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ମୃତଦେହ ବିମାନବନ୍ଦରରେ ପହଞ୍ଚିବା ପରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡାଙ୍କ ସମେତ ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଆସିକା ସାଂସଦ ଅନୀତା ଶୁଭଦର୍ଶିନୀ, ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମେତ ପ୍ରଶାସନିକ ଅଧିକାରୀ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମୃତକଙ୍କ ପରିବାର ଲୋକ ବି ଏୟାରପୋର୍ଟରେ ପହଞ୍ଚିଛି। ସେଠାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ମୃତଦେହକୁ ସେମାନଙ୍କ ଜନ୍ମମାଟିକୁ ପଠାଯାଇଛି। ଦୁଇ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏଥିନିମନ୍ତେ ଅର୍ଥ ମଞ୍ଜୁର ହୋଇଥିବା ନେଇ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ମୃତ ମହମ୍ମଦ ଜହୁରଙ୍କ ଘର କଟକ ତିଗିରିଆ ଥାନା କରଡ଼ାପଲ୍ଲୀ ଗାଁରେ ହୋଇଥିବା ବେଳେ ସନ୍ତୋଷ ଗୌଡଙ୍କ ଘର ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ରଣଝାଲି ଗାଁରେ ମୃତ ସନ୍ତୋଷ ଗୌଡଙ୍କ ଘର।

Breaking News