Report Card Odisha

| Daily Odia News

ପ୍ରକାଶ ପାଇଲା +୨ ରେଜଲ୍ଟ,ପାସ ହାର ୮୨. ୭୭%…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ପ୍ରକାଶ ପାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏକା ସାଙ୍ଗରେ କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି । CHSE କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଘୋଷଣା କରିଛନ୍ତି। ଛାତ୍ରୀଛାତ୍ର results.digilocker.gov.inରେ ନିଜ ନିଜର ରେଜଲ୍ଟ ଦେଖିପାରିବେ। ଚଳିତ ବର୍ଷ ପାସ୍‌ ହାର ୮୨.୭୭ ପ୍ରତିଶତ ରହିଛି। ଚଳିତ ବର୍ଷ ପୁଅଙ୍କ ତୁଳନାରେ ଝିଅଙ୍କ ପାସ ହାର ଅଧିକ ରହିଛି। ଝିଅଙ୍କ ପାସ ହାର୍‌ ୮୭.୨୪% ଥିବା ବେଳେ ପୁଅଙ୍କ ପାସ ହାର୍‌ ୭୭.୮୮% ରହିଛି। ୧ ଲକ୍ଷ ୪୨ ହଜାର ୫୧୬ ଛାତ୍ର ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୧ ଲକ୍ଷ ୭୪ ହଜାର ୨୫୧ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି। କଳାରେ ପାସ୍‌ହାର ୮୦.୫୧% ରହିଥିବା ବେଳେ ବିଜ୍ଞାନରେ ପାସ୍‌ହାର ୮୭.୪୯% ରହିଛି। ବାଣିଜ୍ୟରେ ୮୩.୨% ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ଧନ୍ଦାମୂଳକରେ ୬୦% ଛାତ୍ରୀଛାତ୍ର ପାସ୍‌ କରିଛନ୍ତି।

Breaking News