ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜାମ୍ମୁ କାଶ୍ମୀର ଅବନ୍ତିପୁରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି | ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ ଅବନ୍ତିପୁରାରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀ ମାନେ ବିଶେଷ ସୂତ୍ରରୁ ଖବର ପାଇଥିଲେ । ଖବର ପାଇବା ପରେ ସୁରକ୍ଷାକର୍ମୀ ମାନେ ଘଟଣାସ୍ଥଳରେ ପହଞ୍ଚିବା ସହ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ସର୍ଚ୍ଚ ଅପରେସନ ସମୟରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ମାନେ ଗୁଳି ଚଳାଇଥିଲେ । ଆତଙ୍କବାଦୀଙ୍କୁ କଡ଼ା ଜବାବ ଦେବାକୁ ସୁରକ୍ଷାକର୍ମୀ ମାନେ ସେମାନଙ୍କ ଉପରେ ଗୁଳି ଚାଳନା କରିଥିଲେ । ଫଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଘଟଣାସ୍ଥଳରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଏବେ ବି ଯବାନ ମାନେ ସର୍ଚ୍ଚ ଅପରେସନ ଜାରି ରହିଥିବା ଜଣାପଡିଛି |






More Stories
ଦେଶରେ ଆସୁଛି ଆର୍ଥିକ ଝଡ଼; ପ୍ରଧାନମନ୍ତ୍ରୀ ଟଫି ବାଣ୍ଟୁଛନ୍ତି…..
ଆଜି ସାରା ଦେଶରେ ଔଷଧ ଦୋକାନ ବନ୍ଦ…..
ଦେଶ ଏକ ବଡ଼ ‘ଆର୍ଥିକ ଝଡ଼’ର ସମ୍ମୁଖୀନ ହେବାକୁ ଯାଉଛି…..