ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ-କାଶ୍ମୀରର କିସ୍ତୱାରରେ ଗୁରୁବାର ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ସୁରକ୍ଷା ବାହିନୀଙ୍କ ଗୁଳିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ସକାଳୁ ହିଁ ଏହି ଅଞ୍ଚଳରେ ଗୁଳି ବିନିମୟ ଜାରି ରହିଛି। ସୂତ୍ରରୁ ପ୍ରକାଶ ଯେ, ଏହି ଅଞ୍ଚଳରେ ୪ ଜଣ ଆତଙ୍କବାଦୀ ଲୁଚି ରହିଥିବା ନେଇ ସେନାକୁ ସୂଚନା ମିଳିଥିଲା। ଖବର ପାଇ ସମ୍ପୂର୍ଣ୍ଣ ଅଞ୍ଚଳକୁ ଘେରାଉ କରିଥିଲେ ସୁରକ୍ଷା ବାହିନୀ। ତଲାସୀ ଅଭିଯାନ ସମୟରେ ଆତଙ୍କବାଦୀମାନେ ସେନା ଉପରକୁ ଗୁଳି ଚଳାଇଥିଲେ। ଏହାର ଜବାବରେ ସେନା ଦୁଇ ଆତଙ୍କୀଙ୍କୁ ନିପାତ କରିଛି। ଉଭୟ ପକ୍ଷରୁ ଗୁଳି ବିନିମୟ ଜାରି ରହିଛି।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..